ଭୁବନେଶ୍ବର : ଆଜି ଠାରୁ ସମଗ୍ର ରାଜ୍ୟରେ ଆରମ୍ଭ ହେଉଛି ପୋଲିଓ ଟୀକାକରଣ। ଯାହା ଫଳରେ ରବିବାର ଠାରୁ ଫେବ୍ରୁଆରି ୨ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କରୋନା ଟିକାକରଣକୁ ବନ୍ଦ ରଖାଯାଇଛି । ୩ତାରିଖଠାରୁ ପୁଣିଥରେ ଟିକାକରଣ ଜାରି ରହିବ ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି।
ଚଳିତମାସ ୧୬ତାରିଖଠାରୁ ୩ଦିନ ବ୍ୟାପୀ ପଲ୍ସ ପୋଲିଓ କାର୍ଯ୍ୟକ୍ରମ ଧାର୍ଯ୍ୟ ହୋଇଥିଲା। ମାତ୍ର ଦେଶବ୍ୟାପୀ କରୋନା ଟିକାକରଣ ଆରମ୍ଭ ହେବା ପରେ ଏହି କାର୍ଯ୍ୟକ୍ରମକୁ ସ୍ଥଗିତ ରଖାଯାଇଥିଲା। ତେବେ ଆସନ୍ତାକାଲିଠାରୁ ପୋଲିଓ ବୁନ୍ଦା ଦିଆଯିବ। ୫ବର୍ଷରୁ କମ୍ ଶିଶୁ ଏହି ବୁନ୍ଦା ଦିଆଯିବା। ରାଜ୍ୟବ୍ୟାପୀ ୪୧,୩୧,୭୬୩ ଶିଶୁଙ୍କୁ ଏହି ଟିକା ଦିଆଯିବାକୁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ୟୁନିଟ୍-୪ ସ୍ଥିତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରୁ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯିବ ବୋଲି ସୂଚନା ମିଳିଛି।
Related Stories
June 13, 2021