ପୁଣେ: ଦେଶରେ କୋଭିଡ ସଂକ୍ରମଣ ସଂଖ୍ୟା ବଢୁଥିବା ବେଳେ ପୁଣେକୁ ପୁଣି ଫେରିଲା ନାଇଟ କର୍ଫ୍ୟୁ । ପୁଣେରେ ଆସନ୍ତାକାଲିଠାରୁ ଜାରି ହେବ ନାଇଟ କର୍ଫ୍ୟୁ । ଆସନ୍ତାକାଲିଠାରୁ ରାତି ୧୧ଟାରୁ ସକାଳ ୬ଟା ଯାଏ କଟକଣା ଜାରି ରହିବ । କେବଳ ଅତ୍ୟାବଶ୍ୟକ ସେବାକୁ ବାଦ୍ ଦିଆଯିବ । ସେହିପରି ପୁଣେରେ ଫେବ୍ରୁଆରି ୨୮ ଯାଏ ସ୍କୁଲ ଓ କଲେଜ ବନ୍ଦ ରହିବ । କରୋନା ସଂକ୍ରମଣ ସଂଖ୍ୟା ବଢୁଥିବାରୁ ଏଭଳି ପଦକ୍ଷେପ ନିଆଯାଇଛି ।
ସେପଟେ ଦେଶର ମୋଟ କରୋନା ସକ୍ରିୟ ସଂକ୍ରମିତଙ୍କ ମଧ୍ୟରୁ କେବଳ କେରଳ ଓ ମହାରାଷ୍ଟ୍ରର ୭୪ ପ୍ରତିଶତ ସଂକ୍ରମିତ ରହିଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ସୂଚନା ଅନୁସାରେ ଛତିଶଗଡ଼ ଓ ମଧ୍ୟପ୍ରଦେଶରେ ମଧ୍ୟ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ପଞ୍ଜାବ ସହ ଜମ୍ମୁ-କଶ୍ମୀରରେ ମଧ୍ୟ ପଜିଟିଭ ମାମଲା ଅଚାନକ ବଢିବାରେ ଲାଗିଛି । ଏପଟେ ଗତ ୨୪ ଘଣ୍ଟାରେ ଦେଶରେ ରେକର୍ଡ ସଂଖ୍ୟକ ୧୪ ହଜାର ୨୬୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।