ଅନୁଗୋଳ: ଅନୁଗୁଳ ଜିଲ୍ଲା ଜରପଡା ଥାନା ନିକଟରେ ଗ୍ୟାସ୍ ଟ୍ୟାଙ୍କର ଓ ଆମ୍ବୁଲାନ୍ସ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୪ ଜଣଙ୍କ ମୃତ୍ୟୁ ଘଟିଛି। ଆଉ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ମିଳିଥିବା ସୂଚନା ଅନୁସାରେ ଆମ୍ବୁଲାନ୍ସଟି ସମ୍ବଲପୁରରୁ ୨ ଜଣ ରୋଗୀଙ୍କୁ ନେଇ କଟକ ଯାଉଥିଲା। ସକାଳ ପ୍ରାୟ ୬ଟା ବେଳେ ଅନୁଗୋଳର ଜରପଡ଼ା ନିକଟରେ ୫୫ ନମ୍ବର ଜାତୀୟ ରାଜପଥରେ ଏକ ଗ୍ୟାସ ଟ୍ୟାଙ୍କର ସହିତ ଆମ୍ବୁଲାନ୍ସଟିର ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଘଟଣାସ୍ଥଳରେ ୪ ଜଣଙ୍କର ମୃତ୍ୟୁ ଘଟିଥିଲା। ୩ ଗୁରୁତରଙ୍କୁ ଅନୁଗୋଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।ଅନୁଗୋଳ ଏସ୍ପି ଜଗମୋହନ ମୀନା କହିଛନ୍ତି, ୪ଟି ଯାକ ମୃତଦେହକୁ ଜବତ କରାଯାଇଛି। ତା’ସହିତ ଟ୍ୟାଙ୍କରଟିକୁ ମଧ୍ୟ ଜବତ କରାଯାଇଛି। ଟ୍ୟାଙ୍କର ଡ୍ରାଇଭରକୁ ଅଟକ ରଖାଯାଇଛି।
Related Stories
October 27, 2024
September 30, 2024