ଭୁବନେଶ୍ୱର, ତା.୧୦/୦୩/୨୦୨୧
ଆମ ଦେଶ ଭାରତର ସମସ୍ତ ବୟନ କଳାକୁ ଗୋଟିଏ ସ୍ଥାନରେ ପ୍ରଦର୍ଶିତ କରାଇବା ପାଇଁ ତଥା ଏହାର
ବାଣିଜି୍ୟକ ଆଭିମୁଖ୍ୟକୁ ତ୍ୱରାନ୍ୱିତ କରି ଏଥିରେ ସଂପୃକ୍ତ ବୁଣାକାରମାନଙ୍କ ସର୍ବାଙ୍ଗୀନ ଉନ୍ନତି ନିମନ୍ତେ ଓଡ଼ିଶା
ସରକାରଙ୍କ ଆନୁକୂଲ୍ୟରେ ବୟନିକା ଦ୍ୱାରା ପ୍ରଥମ ଥର ପାଇଁ ମନମୋହନ ଏମ୍.ଇ ସ୍କୁଲ ପଡ଼ିଆ, ଝାରସୁଗୁଡ଼ାଠାରେ
ଜାତୀୟ ସ୍ତରୀୟ ହସ୍ତତନ୍ତ ମେଳାର ଆୟୋଜନ କରାଯାଇଛି । ଏହି ‘ଜାତୀୟ ସ୍ତରୀୟ ହସ୍ତତନ୍ତ ମେଳା’ ୨୦୨୧
ମାର୍ଚ୍ଚ ୯ରୁ ଅପ୍ରେଲ ୪ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେଉଛି ।
ଏହି ଉତ୍ସବକୁ ଝାରସୁଗୁଡ଼ା ଜିଲ୍ଲାପାଳ ଶ୍ରୀ ସରୋଜ କୁମାର ସାମଲ ମାର୍ଚ୍ଚ ୯ ତାରିଖ ସନ୍ଧ୍ୟା ୬.୩୦ରେ
ଉଦ୍ଘାଟନ କରିଥିଲେ । ଏହି ଉତ୍ସବରେ ଝାରସୁଗୁଡ଼ା ଆରକ୍ଷୀ ଅଧୀକ୍ଷକ ଶ୍ରୀ ବିକାଶ ଚନ୍ଦ୍ର ଦାଶ ଏବଂ ବୟନଶିଳ୍ପ
ନିର୍ଦ୍ଦେଶକ ତଥା ପରିଚାଳନା ନିର୍ଦ୍ଦେଶକ, ବୟନିକା ଶ୍ରୀ ଜ୍ୟୋତିପ୍ରକାଶ ଦାସ ଏବଂ ଅନ୍ୟାନ୍ୟ ପଦାଧିକାରୀବୃନ୍ଦ
ଉପସ୍ଥିତ ଥିଲେ ।
ଏହି ମେଳାରେ ୫୦ଟି ଷ୍ଟଲ ଖୋଲାଯାଇଛି । ଏଥି ମଧ୍ୟରୁ ୨୦ଟି ଷ୍ଟଲ ଓଡ଼ିଶାର ବିଭିନ୍ନ ହସ୍ତତନ୍ତ ସଂସ୍ଥା ଓ
ସମିତିମାନଙ୍କ ପାଇଁ ଉଦ୍ଦିଷ୍ଟ । ବାକି ୩୦ଟି ଷ୍ଟଲ ଅନ୍ୟ ରାଜ୍ୟର ଅଂଶଗ୍ରହଣକାରୀ ସଂସ୍ଥାଙ୍କୁ ଆବଣ୍ଟନ କରାଯାଇଛି ।
ଏତଦ୍ବ୍ୟତୀତ ସ୍ୱତନ୍ତ୍ର ନିର୍ମିତ ମଣ୍ଡପରେ ରାଜ୍ୟ ତଥା ଜାତୀୟ ପୁରସ୍କାରପ୍ରାପ୍ତ ବୁଣାକାରମାନଙ୍କ ଦ୍ୱାରା ପ୍ରସ୍ତୁତ ବସ୍ତ୍ର
ପ୍ରଦର୍ଶିତ ହେଉଛି । ଏହି ପ୍ରଦର୍ଶନୀରେ ଓଡ଼ିଶାର ବାନ୍ଧବସ୍ତ୍ର ସହ ପଶ୍ଚିମବଙ୍ଗର ଜାମଦାନି ଓ ଟାଙ୍ଗାଇଲ୍, ଗୁଜୁରାଟ୍ର
ପଟୋଲା, ଲକ୍ଷ୍ନୌର ଚିକେନକାରୀ, ଜାମ୍ମୁ-କାଶ୍ମୀରର ପଶ୍ମିନା-ସାଲ୍, ତାମିଲନାଡ଼ୁର କାଞ୍ଜିବରମ୍ ପାଟଶାଢ଼ି, ଦିଲ୍ଲୀ,
ହରିୟାନାର ଫର୍ନିସିଙ୍ଗ ବସ୍ତ୍ର, ପଞ୍ଜାବର କମ୍ବଳ ଓ କର୍ଣ୍ଣାଟକର ସିá ଶାଢ଼ି ଆଦି ହସ୍ତତନ୍ତ ବସ୍ତ୍ର ଗ୍ରାହକଙ୍କ ପାଇଁ
ଉପଲବ୍ଧ ହେଉଛି ।
ଏହି ମେଳା ପ୍ରତ୍ୟହ ଦିବା ୧୧.୩୦ଠାରୁ ରାତି ୯.୩୦ ପର୍ଯ୍ୟନ୍ତ ଚାଲିବ । ଏହି ମେଳାରେ ଓଡ଼ିଶାର
ପ୍ରତ୍ୟେକ ଷ୍ଟଲରେ ପ୍ରତ୍ୟେକ ବସ୍ତ୍ର ବିକି୍ର ଉପରେ ରିହାତି ଦେବାର ବ୍ୟବସ୍ଥା କରାଯାଇଛି । ‘କୋଭିଡ୍’ ଗାଇଡ୍ଲାଇନ୍
କଡ଼ାକଡ଼ି ଭାବେ ପାଳନ କରିବା ପାଇଁ ସମସ୍ତ ପଦକ୍ଷେପ ନିଆଯାଇଛି । ସାମାଜିକ ଦୂରତା ରଖିବା ଓ ମାସ୍କ ପିନ୍ଧିବା
ସମସ୍ତଙ୍କ ପାଇଁ ବାଧ୍ୟତାମୂଳକ କରାଯାଇଛି ।
ସର୍ବୋପରି ବୟନିକା ଏହି ମେଳାକୁ ବୟନଶିଳ୍ପ ନିର୍ଦ୍ଦେଶାଳୟ ତଥା ହସ୍ତତନ୍ତ୍ର, ବୟନ ଓ ହସ୍ତଶିଳ୍ପ ବିଭାଗର
ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ସଫଳତାର ସହ ଆୟୋଜନ କରିବା ପାଇଁ ସଂକଳ୍ପବଦ୍ଧ ।