ଭୁବନେଶ୍ୱର (ରତ୍ନଗିରି ନ୍ୟୁଜ ): ରାଜ୍ୟରେ ପୁଣି ଥରେ କରୋନା ସଂକ୍ରମଣ ଦ୍ରୁତଗତିରେ ବଢ଼ିବା ପରେ ଆଜି ପ୍ରଥମ ଥର ପାଇଁ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦୦ ଡେଇଁଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ଦେଇଥିବା ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟାରେ ୧୨୮୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅନ୍ୟପକ୍ଷରେ ରାଜ୍ୟରେ କରୋନାରେ ଆଉ ଜଣଙ୍କ ମୃତ୍ୟୁ ଘଟିଛି। ୧୨୮୨ ଆକ୍ରାନ୍ତଙ୍କ ମଧ୍ୟରୁ ୭୫୫ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୫୨୭ଟି ହେଉଛି ଲୋକାଲ୍ କେସ୍। ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୨୨୪ ଜଣ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୧୯୨ ଓ କଳାହାଣ୍ଡିରୁ ୧୦୮ ଜଣ ଚିହ୍ନଟ ହୋଇଛନ୍ତି। ବରଗଡ଼ ଜିଲ୍ଲାରୁ ୮୪ ଜଣ ଚିହ୍ନଟ ହୋଇଥିବା ବେଳେ ନୂଆପଡ଼ା ଓ ସମ୍ବଲପୁର ଜିଲ୍ଲାରୁ ୮୨ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଅନୁଗୋଳ ଜିଲ୍ଲାରୁ ୪୯ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୦, ଭଦ୍ରକରୁ ୨୪, ବଲାଙ୍ଗୀରରୁ ୪୫, କଟକରୁ ୬୩, ଦେବଗଡ଼ରୁ ୩, ଢେଙ୍କାନାଳରୁ ୨, ଗଜପତିରୁ ଜଣେ, ଗଞ୍ଜାମରୁ ୩୨, ଜଗତସିଂହପୁରରୁ ୩, ଯାଜପୁରରୁ ୨୬, ଝାରସୁଗୁଡ଼ାରୁ ୩୬, କନ୍ଧମାଳରୁ ୭, କେନ୍ଦ୍ରାପଡ଼ାରୁ ୬, କେନ୍ଦୁଝରରୁ ୬, କୋରାପୁଟରୁ ୮, ମୟୂରଭଞ୍ଜରୁ ୫୨, ନବରଙ୍ଗପୁରରୁ ୨୭, ନୟାଗଡ଼ରୁ ୧୦, ପୁରୀରୁ ୨୮, ରାୟଗଡ଼ାରୁ ୧୫ ଓ ସୋନପୁରରୁ ୧୨ ଜଣ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍ ପୁଲ୍ରୁ ୪୫ ଜଣ ଚିହ୍ନଟ ହୋଇଛନ୍ତି। ୧୨୮୨ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୪୬,୮୦୮ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୩,୩୮,୩୯୦ ଜଣ ସୁସ୍ଥ ହୋଇସାରିଛନ୍ତି। ଏବେ ୫,୯୪୧ ଜଣ ଚିକିତ୍ସାଧୀନ ଅଛନ୍ତି। ସେହିପରି କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୯୨୪ରେ ପହଞ୍ଚି ଯାଇଛି।
Related Stories
December 21, 2021
December 19, 2021