୧୩ ଦିନିଆ ମାସନ୍ତ ମେରୁ ଦଣ୍ଡଯାତ୍ରା ଉଦଯାପିତ : ଯାତ୍ରା ସାରି ମନ୍ଦିର ଫେରିଲେ ମା’ ଦକ୍ଷିଣକାଳୀ

ବାଲିଗୁଡା (ରତ୍ନଗିରି ନ୍ୟୁଜ) କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ଚଳିତ ମାସ ୦୧ ତାରିଖ ଠାରୁ ଆରମ୍ଭ ହୋଇଥିବା ୧୩ ଦିନିଆ ମାସନ୍ତ ମେରୁ ଦଣ୍ଡଯାତ୍ରା ୧୩ ତାରିଖ ସୋମବାର ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି l ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ାର ମେରୁ ଯାତ୍ରା ସ୍ଥାନୀୟ ମା’ ଦକ୍ଷିଣ କାଳୀ ମନ୍ଦିର ପରିସରରେ ହୋଇଥିବା ବେଳେ ବାଟାଗୁଡା, ସିଟୁପଡ଼ି, ବାରଖମା, ମୋହନଗିରୀ, କତେରୀଭଟ୍ଟା, ରେବିଙ୍ଗିଆ, ଡାକା, ବାଲିଗାଡା, ଦାଉଙ୍ଗିଆ, ସିଟୁପାଜୁ ଓ କିଲୁପଡା ଭଳି ବିଭିନ୍ନ ଅଞ୍ଚଳର ପ୍ରତ୍ୟେକ କାଳୀ ମନ୍ଦିରରେ ହଜାର ହଜାର ମାନସିକ ଧାରୀ ଙ୍କ ଉପସ୍ଥିତିରେ ଏହି ମେରୁଯାତ୍ରା ଅନୁଷ୍ଠିତ ହୋଇଥିଲା। ଧୂଳିଦଣ୍ଡ ସମାପ୍ତ ପରେ ଜଳ ଘାଟରେ କାଳୀଙ୍କ ପୂଜା ହୋଇଥିଲା। ସମସ୍ତ ଶୈବପୀଠରେ ଥିବା କାଳୀ ମନ୍ଦିର ସ୍ଥାନ ତ୍ବରଣରେ ସଜେଇ ହୋଇ ସମଗ୍ର ଅଞ୍ଚଳ ଗୁଡ଼ିକ ଆଧ୍ୟାତ୍ମିକ ପରିବେଶରେ ଉତ୍ସବ ମୁଖର ହୋଇଉଠିଛି। ଆମ୍ବ ପେନ୍ଥା କଦଳୀ କାନ୍ଦି, ଫୁଲମାଳରେ ଝାମୁ ମେରୁ ଖୁଣ୍ଟ ସଜେଇ ହୋଇ ଦୀପ, ଧୂପ,ଚନ୍ଦନ,ସିନ୍ଦୂର ରେ ଝଲସୁଥିଲା ।

ଦଣ୍ଡଭକ୍ତ ଓ ହବିସ୍ୟାଳି ଭକ୍ତି ଓ ମାନସିକ ମାନେ ଭାବପୂର୍ଣ୍ଣ ଭକ୍ତିରେ ଏହି ବ୍ରତକୁ ପାଳନ କରିଥିଲେ l ସମସ୍ତ ପୀଠରେ ପ୍ରବଳ ଭିଡ଼ ହୋଇଥ‌ିବା ଦେଖିବାକୁ ମିଳିଛି। ଭୁକ୍ତା ଓ ଗୁହାରିଆ ମାନଙ୍କର ମାନସିକ ପୂରଣ ହୋଇଥିବାରୁ ସେମାନେ ମା’ଙ୍କୁ ଦାନ ଦେଇଥିଲେ । ମାନସିକ ଧାରୀମାନେ ନିଜର ମାନସିକ ପୂରଣ କରିବା ପାଇଁ ଜଳ ଲାଗି କରିବା ପରେ ପୂଜା କାର୍ଯ୍ୟ ସମାପ୍ତ ହୋଇଥିଲା। ଏହା ପରେ ମେରୁ ଯଜ୍ଞ ସ୍ଥଳରେ ଦଣ୍ଡଯାତ୍ରାର ପୂଜକଙ୍କୁ ମେରୁ ଖୁଣ୍ଟରେ ଝୁଲେଇ ଦେଇ ଯଥାରିତି ସହକାରେ ପୂଜାର୍ଚ୍ଚନା କରାଯାଇଥିଲା । ଶେଷରେ ମନ୍ଦିର କମିଟି ଆନୁକୂଲ୍ୟରେ ଭୋଗ ଏବଂ ପ୍ରସାଦ ସେବନର ବ୍ୟବସ୍ଥା କରାଯାଇଥିଲା। ମନ୍ଦିର ପରିସରରେ ପ୍ରବଳ ଗହଳି କୁ ଦୃଷ୍ଟିରେ ରଖି ମନ୍ଦିର ପରିଚାଳନା କମିଟି ଓ ସ୍ଥାନୀୟ ପୋଲିସ ପ୍ରଶାସନ ତରଫରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା l

Share this post :

Facebook
Twitter
LinkedIn
Pinterest

Leave a Reply

Your email address will not be published. Required fields are marked *