ମୁଖ୍ୟମନ୍ତ୍ରୀ ଶ୍ରୀ Naveen Patnaik ଜନଜାତି ଭାଷା ସଂସ୍କୃତି ପ୍ରତିଷ୍ଠାନ ପକ୍ଷରୁ ପ୍ରକାଶିତ ‘ସାନ୍ତାଳୀ-ଓଡ଼ିଆ-ଇଂରାଜୀ ଶବ୍ଦକୋଷ’ ଓ ସୌରା, କୁଇ, କୁଭି, ଗୋଣ୍ଡି ଓ ମୁଣ୍ଡା ଭାଷାର ପ୍ରାଥମିକ ଶ୍ରେଣୀ ପାଇଁ ୨୧ଟି ଅତିରିକ୍ତ ପାଠ୍ୟପୁସ୍ତକ ଲୋକାର୍ପଣ କରିଛନ୍ତି। ଏହି ଅଭିଧାନ ସାନ୍ତାଳୀ ଭାଷାକୁ ଆହୁରି ସମୃଦ୍ଧ କରିବା ସହ ପ୍ରାଥମିକ ଶିକ୍ଷା କ୍ଷେତ୍ରରେ ଅତିରିକ୍ତ ପାଠ୍ୟପୁସ୍ତକ ଛାତ୍ରଛାତ୍ରୀଙ୍କ ପାଇଁ ବିଶେଷ ଉପଯୋଗୀ ହେବ। ଏଥିପାଇଁ ନିଷ୍ଠାର ସହ କାମ କରିଥିବା ସାନ୍ତାଳୀ ଭାଷାବିତ୍, ଗବେଷକ ଏବଂ ଜନଜାତି ଭାଷା ସଂସ୍କୃତି ପ୍ରତିଷ୍ଠାନକୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି। ଜନଜାତି ସାହିତ୍ୟ ଓ ସଂସ୍କୃତି ସଂପର୍କରେ ଆଗ୍ରହ ଏବଂ ସଚେତନା ସୃଷ୍ଟି ପାଇଁ ବିଭାଗ ପକ୍ଷରୁ ଏସବୁକୁ ସର୍ବସାଧାରଣଙ୍କ ଉଦ୍ଦେଶ୍ୟରେ ଅନଲାଇନ୍ରେ ଉପଲବ୍ଧ ସହ ପ୍ରତି ଜିଲ୍ଲାରେ ଲାଙ୍ଗୁଏଜ୍ ଲାବ୍ ପ୍ରତିଷ୍ଠା କରାଯିବ। ଏହାଦ୍ବାରା ଜନଜାତି ଭାଷା, ସାହିତ୍ୟ ଓ ସଂସ୍କୃତି ଉପରେ ଅଧିକ ଗବେଷଣା କରିବା ପାଇଁ ସୁଯୋଗ ସୃଷ୍ଟି ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
Related Stories
December 1, 2024
November 25, 2024