ଭୁବନେଶ୍ୱର(ରତ୍ନଗିରି ନ୍ୟୁଜ):- ରାଜ୍ୟରେ କରୋନା ସଂକ୍ରମଣ ଜାରି ରହିଛି । ପୂର୍ବ ଅପେକ୍ଷା ରାଜ୍ୟରେ ସଂକ୍ରମଣ ହ୍ରାସ ପାଇଥିଲେ ହେଁ କରୋନାର ଭୟାବହତା ଏ ପର୍ଯ୍ୟନ୍ତ ଦୂର ହୋଇନାହିଁ । ତୃତୀୟ ଲହର ଆସିସାରିଛି ବୋଲି କିଛି ବିଶେଷଜ୍ଞ ମତ ଦେଉଥିଲେ ହେଁ ଦ୍ୱିତୀୟ ଲହର ସରିନାହିଁ ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି । ଏହାରି ମଧ୍ୟରେ ଆଜି ପୁଣି ୭୫୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୪୩୮ ଓ ସ୍ଥାନୀୟ ଅଞ୍ଚଳରୁ ୩୧୬ ଜଣ ଚିହ୍ନଟ ହେବା ସହ ୧୦୮ ଜଣ ୧୮ ବର୍ଷରୁ କମ୍ ବୟସର ପିଲା ସଂକ୍ରମିତ ହୋଇଛନ୍ତି ।ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୯ ହଜାର ୨୨୩ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୯ ଲକ୍ଷ ୯୩ ହଜାର ୯୦୧ ରହିଥିବା ବେଳେ ୭ ହଜାର ୨୪୧ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୬୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।
Related Stories
December 21, 2021
December 19, 2021