ବିଜେପିରେ ଯୋଗ ଦେଲେ କଳାହାଣ୍ଡିର ବିଜେଡି ସାଂସଦ ପ୍ରାର୍ଥୀ ତଥା ବରିଷ୍ଠ ନେତା ଶ୍ରୀ ଲମ୍ବୋଧର ନିଆଲ୍‌

ନୂଆପଡା / ଭୁବନେଶ୍ୱର, ତା.୧୬/୧୦(ରତ୍ନଗିରି ନ୍ୟୁଜ) : ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱ ଓ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଉପରେ ରାଜ୍ୟବାସୀଙ୍କ ଆସ୍ଥା ଓ ବିଶ୍ୱାସ ବଢ଼ିଚାଲିଛି । ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ବିକଶିତ ଭାରତ ଗଠନ ପାଇଁ ଯେଉଁ ସ୍ୱପ୍ନ ଦେଖିଛନ୍ତି ତାହାକୁ ପୂରଣ କରିବା ପାଇଁ ବିଜେପିରେ ନୂତନ କାର୍ଯ୍ୟକର୍ତାଙ୍କ ଯୋଗଦାନ ବଢ଼ିବାରେ ଲାଗିଛି । ଦିବଂଗତ ନେତା ନୂଆପଡ଼ା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସ୍ୱର୍ଗତଃ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକ ପରେ ତାଙ୍କ ପୁଅ ଶ୍ରୀ ଜୟ ଢୋଲକିଆ ବିଜେପିରେ ଗତ ୧୧ ତାରିଖ ଦିନ ବିଧିବିଦ୍ଧ ଭାବେ ବିଜେପିରେ ସାମିଲ ହୋଇଥିଲେ ।

ଆଜି କଳାହାଣ୍ଡି ସଂସଦୀୟ କ୍ଷେତ୍ରରୁ ଗତ ୨୦୨୪ ସାଧାରଣ ନିର୍ବାଚନରେ ବିଜେଡିରୁ ପ୍ରାର୍ଥୀ ହୋଇଥିବା ଲମ୍ବୋଧର ନିଆଲ ଆଜି ବିଜେଡିର ପ୍ରାଥମିକ ସଦସ୍ୟତା ଏବଂ ଦଳୀୟ ପଦବୀରୁ ଇସ୍ତଫା ଦେଇ ନିଜ ଶତାଧିକ ସମର୍ଥକଙ୍କ ଗହଣରେ ଆନୁଷ୍ଠନିକ ଭାବେ ବିଜେପିରେ ସାମିଲ ହୋଇଛନ୍ତି । ଶ୍ରୀ ନିଆଲଙ୍କ ସମେତ ୫୫ ଜଣ ସରପଂଚ, ସମିତି ସଭ୍ୟ ବିଜେଡିରୁ ଇସ୍ତଫା ଦେଇ ବିଜେପିରେ ସାମିଲ ହୋଇଛନ୍ତି । ତାଙ୍କ ଯୋଗଦାନ ଦ୍ୱାରା ନୂଆପଡା ଭାରତୀୟ ଜନତା ପାର୍ଟି ଆହୁରି ଅଧିକ ଶକ୍ତିଶାଳୀ ହୋଇଛି । ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ଉପସ୍ଥିତ ରହି ସମସ୍ତ ନୂତନ ସଦସ୍ୟଙ୍କୁ ଦଳୀୟ ଟୋପି ଉତରୀୟ ପିନ୍ଧାଇ ସ୍ୱାଗତ କରିଛନ୍ତି । ଏହି ଅବସରରେ ପୂର୍ବତନ ରାଜ୍ୟ ସଭାପତି ତଥା ବରିଷ୍ଠ ନେତା ଶ୍ରୀ ବସନ୍ତ ପଣ୍ଡା, ମନ୍ତ୍ରୀ ଶ୍ରୀ ବିଭୁତି ଭୁଷଣ ଜେନା, ବରିଷ୍ଠ ନେତା ହିତେଶ ବଗର୍ତୀ ପ୍ରମୁଖ ଉପସ୍ଥିତ ଥିଲେ ।

Share this post :

Facebook
Twitter
LinkedIn
Pinterest

Leave a Reply

Your email address will not be published. Required fields are marked *