ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ବିଧାୟକ ଆକାଶ ଦାସନାୟକଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ ଅନୁଷ୍ଠିତ

ଯାଜପୁର (ରତ୍ନଗିରି ନ୍ୟୁଜ): ନବନିଯୁକ୍ତ ଯାଜପୁର ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ତଥା କୋରେଇ ବିଧାୟକ ଆକାଶ ଦାସନାୟକଙ୍କ ଅଧ୍ୟକ୍ଷତାରେ ଆଜି ଏକ ପ୍ରାରମ୍ଭିକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା।
ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଆୟୋଜିତ ଏହି ବୈଠକରେ ଜିଲ୍ଲାର ସାମଗ୍ରିକ ବିକାଶ ପାଇଁ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ, ଲୋକକଲ୍ୟାଣକାରୀ ଯୋଜନା ଏବଂ ଆଗାମୀ କାର୍ଯ୍ୟପନ୍ଥା ସମ୍ପର୍କରେ ବିସ୍ତୃତ ଭାବେ ଆଲୋଚନା କରାଯାଇଥିଲା।
ଏହି ଅବସରରେ ଜିଲ୍ଳା ଯୋଜନା ବୋର୍ଡ ଅଧ୍ୟକ୍ଷ ବିଧାୟକ ଶ୍ରୀ ନାୟକ ଜିଲ୍ଲାରେ ପାନୀୟ ଜଳ ଯୋଗାଣ ସମସ୍ୟାର ସମାଧାନ କରିବା ସହ ସମସ୍ତଙ୍କ ପାଇଁ ସ୍ୱଚ୍ଛ ଜଳ ସୁନିଶ୍ଚିତ କରିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।


ଏହି ବୈଠକରେ ଜିଲ୍ଲାପାଳ ଅମ୍ବର କୁମାର କର, ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ଶିବାନନ୍ଦ ସ୍ୱାଇଁ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଦେବୀ ପ୍ରସାଦ ମହାନ୍ତି, ଉପଜିଲ୍ଲାପାଳ ତାପସ ରଞ୍ଜନ ଦେହୁରୀଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Share this post :

Facebook
Twitter
LinkedIn
Pinterest

Leave a Reply

Your email address will not be published. Required fields are marked *