ଯାଜପୁର(ରତ୍ନଗିରି ନ୍ୟୁଜ) :- ଯାଜପୁର ଜିଲ୍ଲାରେ ଦିନକୁ ଦିନ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହେବା, ଧାନ କିଣରେ ଅବ୍ୟବସ୍ଥା, ଲଘୁ ଖଣିଜ ଲୁଟ ପ୍ରତିବାଦରେ ବିଜୁ ଜନତା ଦଳ ପକ୍ଷରୁ ଜିଲ୍ଲାପାଳଙ୍କ ଅଫିସ୍ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା । ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରଣବ ପ୍ରକାଶ ଦାସ, ବିଂଝାରପୁର ବିଧାୟିକା ତଥା ବିରୋଧି ଦଳ ଉପନେତା ପ୍ରମିଳା ମଲ୍ଲିକ, ବରୀ ବିଧାୟକ ବିଶ୍ୱରଂଜନ ମଲ୍ଲିକ, ସୁକିନ୍ଦାର ପୂର୍ବତନ ବିଧାୟକ ପ୍ରୀତିରଂଜନ ଘଡାଇ, ଧର୍ମଶାଳା ପୂର୍ବତନ ବିଧାୟକ ପ୍ରଣବ କୁମାର ବଳବନ୍ତରାୟ, ଯାଜପୁର ବିଧାୟିକା ସୁଜାତା ସାହୁ, ପୂର୍ବତନ ସାଂସଦ ଶର୍ମିଷ୍ଠା ସେଠୀଙ୍କ ନେତୃତ୍ୱରେ ହଜାର ହଜାର ସଂଖ୍ୟାରେ ବିଜୁ ଜନତା ଦଳର କର୍ମୀ କୁସୁମା ନିକଟରୁ ଏକ ବିରାଟ ଶୋଭାଯାତ୍ରାରେ ଆସି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ପହଁଞ୍ôଚ ବିକ୍ଷୋଭ ପ୍ରଦର୍ଶନ କରିଥିଲେ । ବରୀ ବିଧାୟକ ବିଶ୍ୱରଂଜନ ମଲ୍ଲିକ୍ ବିକ୍ଷୋଭ ସ୍ଥଳରେ ଗଣମାଧ୍ୟମକୁ ନିଜର ପ୍ରତିକ୍ରିୟା ଦେଇ କହିଛନ୍ତି ଯେ ଯଦି ସମସ୍ୟା ନସୁଧୁରେ ତେବେ ଆଗାମୀ ଦିନରେ ବ୍ଲକ୍ ଓ ତହସିଲ କାର୍ଯ୍ୟକୁ ଅଚଳ କରି ଦିଆଯିବ । ଏଥି ପାଇଁ ସରକାର ଦାୟୀ ରହିବେ ବୋଲି କହିଛନ୍ତି । ଆଇନ ଶୃଙ୍ଖଳା ଦୃଷ୍ଟିରୁ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପୋଲିସ୍ ମୁତୟନ କରାଯାଇଥିଲା ।



