ନୂଆଦିଲ୍ଲୀ: କିଏ ହେବେ ଏନଡିଏର ରାଷ୍ଟ୍ରପତି ସେ ନେଇ ଯେଉଁ କଳ୍ପନା ଜଳ୍ପନା ଲାଗି ରହିଥିଲା ତାର ଅନ୍ତ ଘଟିଛି । ଜାତୀୟ ଗଣତାନ୍ତ୍ରିକ ମେଣ୍ଟ ବା ଏନଡିଏ ପକ୍ଷରୁ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଦ୍ରୌପଦୀ ମୁର୍ମୁଙ୍କ ନାମରେ ମୋହର ଲାଗିଛି । ଆଜି ରାଷ୍ଟ୍ରପତି ପ୍ରାର୍ଥୀ ପାଇଁ ବିଜେପିର ସଂସଦୀୟ ବୋର୍ଡ ବୈଠକ ବସିଥିଲା । ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ସମେତ ପ୍ରମୁଖ ବରିଷ୍ଠ ନେତାମାନେ ସାମିଲ ହୋଇଥିଲେ । ପୂର୍ବରୁ ବିରୋଧୀ ମହାମେଣ୍ଟ ପକ୍ଷରୁ ଯଶୱନ୍ତ ସିହ୍ନାଙ୍କ ନାମ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଘୋଷଣା କରାଯାଇଥିଲା ।
Related Stories
May 13, 2024
February 14, 2024