ଭୁବନେଶ୍ୱର (ରତ୍ନଗିରି ନ୍ୟୁଜ ) : କୋଭିଡ୍ ମୁକାବିଲା ପରିପ୍ରେକ୍ଷୀରେ ଅନୁଷ୍ଠିତ ସର୍ବଦଳୀୟ ବୈଠକରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କେତେକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି। ୨୪ ମଇରୁ ତିନି ମାସ ପର୍ଯ୍ୟନ୍ତ ଘରକୁ ଘର ବୁଲି କରୋନା ଲକ୍ଷଣ ଓ ଜଟିଳ ରୋଗର ଆଶା କର୍ମୀମାନେ ସର୍ଭେ କରିବେ ତଥା ଗାଁ କଲ୍ୟାଣ ସମିତିକୁ କୋଭିଡ୍ ନିୟନ୍ତ୍ରଣରେ ସାମିଲ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ସେହିପରି କୋଭିଡରେ ମୃତକଙ୍କ ବିଧବା ଓ ବାପା ମାଙ୍କୁ ହରାଇ ଥିବା ପିଲାଙ୍କୁ ମଧୁବାବୁ ପେନ୍ସନ୍ ଯୋଜନାରେ ସାମିଲ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।
Related Stories
December 1, 2024
November 25, 2024