ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର

ବରୀ(ରତ୍ନଗିରି ନ୍ୟୁଜ) : ବରୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଅଛି। ଏହି ଅଭିଯୋଗ ଶିବିରରେ ଜିଲ୍ଲାପାଳ ଅମ୍ବର କୁମାର କର ଯୋଗ ଦେଇ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ। ବିଭାଗୀୟ ଅଧିକାରୀ ମାନେ ଏହି ଅଭିଯୋଗ ଗୁଡିକ ଯାଞ୍ଚ କରିବେ ଓ ଯେଉଁମାନେ ଯୋଗ୍ୟ ଅଛନ୍ତି ସେମାନଙ୍କର ଯଥାସମ୍ଭବ ସମସ୍ୟାର ସମାଧାନ କରାଯିବ ବୋଲି ଜିଲ୍ଲାପାଳ ପ୍ରକାଶ କରିଥିଲେ। ଏହି ଶିବିରରେ ମୋଟ ୬୭ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିବାବେଳେ ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୫୪ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୨ ଗୋଟି, ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସହାୟତା ନିମନ୍ତେ ୧୧ ଗୋଟି ଅଭିଯୋଗର ଶୁଣାଣି କରାଯାଇଥିଲା।

ତତ୍କାଳ ୧୫ ଟି ଅଭିଯୋଗର ଫଇସଲା କରାଯାଇଥିଲା। ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ଯାଜପୁର ଅତିରିକ୍ତ ଜିଲ୍ଲାପାଳ ଯୁଧିଷ୍ଠିର ନାଏକ, ଉପଖଣ୍ଡ ଆରକ୍ଷୀ ଅଧିକାରୀ ପ୍ରଶାନ୍ତ କୁମାର ମାଝୀ, ଜିଲ୍ଲା ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଦେବୀପ୍ରସାଦ ମହାନ୍ତି, ଉପ ଜିଲ୍ଲାପାଳ ତାପସ ରଞ୍ଜନ ଦେହୁରୀ, ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନସ୍ବାସ୍ଥ୍ୟ ଅଧିକାରୀ ଡ଼ା. ବିଜୟ କୁମାର ମିଶ୍ର, ବରୀ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଲମ୍ବୋଦର ଖୁଣ୍ଟିଆ, ବରୀ ତହସିଲଦାର ଦିପ୍ତିମୟୀ ବେହେରା ଓ ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ।

Share this post :

Facebook
Twitter
LinkedIn
Pinterest

Leave a Reply

Your email address will not be published. Required fields are marked *