ଭୁବନେଶ୍ୱର (ରତ୍ନଗିରି ନ୍ୟୁଜ): ରାଜ୍ୟରେ କରୋନା ସଂକ୍ରମଣ ସହ ମୃତ୍ୟୁସଂଖ୍ୟା ବି ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ସର୍ବାଧିକ ୨୭ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୨୪୩୦ କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, କୋରାପୁଟ ଜିଲ୍ଲାରୁ ସର୍ବାଧିକ ୪ ଜଣ ଲେଖାଏଁ ରହିଥିବା ବେଳେ ନୂଆପଡା, ରାୟଗଡା ଓ ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ ଲେଖାଏଁ, କଳାହାଣ୍ଡିରୁ ୨ ଜଣ, ବରଗଡ, ବଲାଙ୍ଗୀର, ବୌଦ୍ଧ, ଗଜପତି, ଝାରସୁଗୁଡା, ନବରଙ୍ଗପୁର, ପୁରୀ ଓ ସୋନପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ତେବେ ରାଜ୍ୟରେ ୧୨ ହଜାର ୫୨୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୭ ହଜାର ୦୧୨ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୫ ହଜାର ୫୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬,୬୮,୪୨୨କୁ ବୃଦ୍ଧି ପାଇଛି । ବର୍ତ୍ତମାନ ରାଜ୍ୟରେ ଆକ୍ଟିଭ କେସ ୧,୦୯,୪୩୮ ଥିବା ବେଳେ ୫,୫୬,୫୦୧ ଜଣ ସୁସ୍ଥ ହୋଇଛନ୍ତି ।
Related Stories
December 21, 2021
December 19, 2021