ଯାଜପୁର,୨୬ l ୬(ରତ୍ନଗିରି ନ୍ୟୁଜ ): ବ୍ଳକ ସ୍ତରୀୟ ଅଭିଯୋଗ ଶୁଣାଣି ମାଧ୍ୟମରେ ୫ ଟି ମନ୍ତ୍ରରେ ଅଭିମନ୍ତ୍ରିତ ହୋଇ ପ୍ରଶାସନ ଲୋକଙ୍କ ନିକଟରେ ପହଞ୍ଚି ସେମାନଙ୍କ ଆପତି ଅଭିଯୋଗ ଗୁଡିକର ସମାଧାନ କରି ସେମାନଙ୍କୁ ସେବା ଯୋଗାଇବା ସରକାରଙ୍କ ଏକ ଅଭିନବ ଯୋଜନା l ସମସ୍ତ ଅଧିକାରୀମାନେ ନିଷ୍ଠାପର ଭାବେ ଜନସାଧାରଣଙ୍କ ଅଭିଯୋଗ ଗୁଡିକ ସହୃଦୟତାର ସହ ଆତ୍ମୀୟ ସହକାରେ ସେବା ପ୍ରଦର୍ଶନ ପୂର୍ବକ ସୁଭାବ ପ୍ରଦର୍ଶନ କରି ଏହି ବ୍ୟବସ୍ଥାକୁ ଅଧିକରୁ ଅଧିକ କ୍ରିୟାଶୀଳ କରିବାକୁ
ଆଜି ପୂର୍ବାହ୍ନରେ ବରୀ ବ୍ଲକ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ୍ ଶ୍ରୀ ଚକ୍ରର୍ତୀ ସିଂହ ରାଠୋର ମିଳିତ ଅଭିଯୋଗ ଶୁଣାଣିରେ ଅଧ୍ୟକ୍ଷତା କରି ଉପରୋକ୍ତ ବିଷୟ ପ୍ରକାଶ କରିଛନ୍ତି । ଏହି ମିଳିତ ଅଭିଯୋଗ ଶୁଣାଣି ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ୍ ଶ୍ରୀ ଚକ୍ରୱର୍ତୀ ସିଂହ ରାଠୋର ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ଭିନୀତ ଅଗ୍ରୱାଲଙ୍କ ସହ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ଡ଼ ଦିବ୍ୟ ଲୋଚନ ମହାନ୍ତ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଶ୍ରୀ ଅଶୋକ କୁମାର ବେହୁରିଆ, ବି ଡି ଓ ବରୀ ଶ୍ରୀମତୀ ନମିତା ବାରିକ, ଡେପୁଟି କଲେକ୍ଟର ଅଭିଯୋଗ ପ୍ରଫୁଲ ଚନ୍ଦ୍ର ମିଶ୍ର, ତହସିଲଦାର ବରୀ ଶ୍ରୀମତୀ ତିଳୋତମା ପୃଷ୍ଟି, ପୂର୍ତ୍ତ ବିଭାଗ ନିର୍ବାହୀ ଯନ୍ତ୍ରୀ, ଗ୍ରାମ୍ୟ ନିର୍ମାଣ, ଯାଜପୁର ଖଣ୍ଡ ୧ ଶ୍ରୀ ଜ୍ଞାନ ରଂଜନ ନାୟକ, ବରୀ ଜଳସେଚନ ଉପଖଣ୍ଡ ଅଧିକାରୀ, ମନୋରଂଜନ ତ୍ରିପାଠୀ, ଜିଲ୍ଲା ପଶୁ ଚିକିତ୍ସା ଅଧିକାରୀ ଡା. ଶ୍ରୀନିବାସ କର, ଜଳଚ୍ଛାୟା ପ୍ରକଳ୍ପ ନିର୍ଦ୍ଦେଶକ, ନାରାୟଣ ପାତ୍ର, ଜିଲ୍ଲା ମଙ୍ଗଳଅଧିକାରୀ ଶରତ ଚନ୍ଦ୍ର ବେହେରା, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ, ଯାଜପୁର ଶ୍ରୀମତୀ ମଂଜୁଲତା ନାୟକ, ଜିଲ୍ଲା ଶ୍ରମ ଅଧିକାରୀ ଶ୍ରୀ ସନ୍ତୋଷ କୁମାର ମହାନ୍ତି, ବେସାମରିକ ଯୋଗାଣ ଅଧିକାରୀ ସଲାଉଦ୍ଦିନ ଖାଁ ଓ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗଦେଇ ଅଭିଯୋଗ ଶୁଣାଣିରେ ସହଯୋଗ କରିଥିଲେ ।
ଆଜିର ଅଭିଯୋଗ ପ୍ରକୋଷ୍ଠରେ ସମୁଦାୟ ୫୨ ଗୋଟି ଅଭିଯୋଗ ପଂଜିକୃତ ହୋଇଥିବା ବେଳେ ତନ୍ମଧ୍ୟରୁ ୪୩ ଗୋଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୪ ଗୋଟି ସମୁହ ଅଭିଯୋଗ ଥିଲା । ସେହିପରି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ସହାୟତା ପ୍ରଦାନ ନିମନ୍ତେ ୩ ଗୋଟି ଅଭିଯୋଗ ଥିବାବେଳେ ଜିଲ୍ଲା ରେଡକ୍ରସ ପାଣ୍ଠିରୁ ଚିକିତ୍ସା ନିମନ୍ତେ ଆର୍ଥିକ ସହାୟତା ପ୍ରଦାନ ଜନିତ ୬ ଗୋଟି ଅଭିଯୋଗ ଆସିଥିଲା । ଶିବିର ପ୍ରକୋଷ୍ଠରେ ୧୦ ଗୋଟି ଅଭିଯୋଗର ଜିଲ୍ଲାପାଳ ଶ୍ରୀ ରାଠୋର ତ୍ଵରିତ ସମାଧାନ କରିଥିଲେ । ପଂଜିକୃତ ହୋଇଥିବା ଅଭିଯୋଗ ମଧ୍ୟରୁ ୫ ଗୋଟି ଅଭିଯୋଗର ଭିଯୋଗକାରୀମାନେ ଅଭିଯୋଗ ସ୍ଥଳରେ ଅନୁପସ୍ଥିତ ଥିଲେ । ଏହି ମିଳିତ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ପୂର୍ବାହ୍ନ ୧୦ ଘଟିକା ଠାରୁ ଅପରାହ୍ନ ୨ ଘଟିକା ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିଲା । ଉକ୍ତ ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲାର ଅନ୍ୟାନ୍ୟ ବରିଷ୍ଠ ପଦାଧିକାରୀବୃନ୍ଦ, ବିଭିନ୍ନ ଲାଇନ୍ ଡିପାର୍ଟମେଣ୍ଟର ବରିଷ୍ଠ ଯନ୍ତ୍ରୀ ଯୋଗଦେଇ ଜନସାଧଧାରଣଙ୍କ ବିଭିନ୍ନ ଆପତି ଅଭିଯୋଗ ଗୁଡିକର ତ୍ବରିତ ସମାଧାନ ଶୁଣାଣିରେ ଜିଲ୍ଲାପାଳଙ୍କୁ ସହଯୋଗ ପ୍ରଦାନ କରିଥିଲେ ।