କନ୍ଧମାଳରେ ପୁଣି ଲଜ୍ୟା,ନାବାଳିକା ଛାତ୍ରୀ ଗର୍ଭବତୀ

ବାଲିଗୁଡା, ତା, ୨୫/୦୭:(ରତ୍ନଗିରୀ ନ୍ୟୁଜ ): କନ୍ଧମାଳରେ ପୁଣି ଲଜ୍ୟା।ପିଛା ଛାଡ଼ୁନି ନାବାଳିକା ଛାତ୍ରୀ ଗର୍ଭବତୀ ଘଟଣା। ଦୁଇ ଦଶମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ଚିହ୍ନଟ ପରେ ବିଦ୍ୟାଳୟ କର୍ତ୍ତୃପକ୍ଷ ଥାନାରେ ମାମଲା ରୁଜୁ କରିଥିବା ଜଣାପଡ଼ିଛି। ତୁମୁଡିବନ୍ଧ ବ୍ଳକ ଅଞ୍ଚଳର ସରକାରୀ ଆବାସିକ ବାଳିକା ଉଚ୍ଚ ବିଦ୍ୟାଳୟରେ ଏପରି ଘଟିଛି। ମିଳିଥିବା ସୂଚନା ଅନୁସାରେ, ଗ୍ରୀଷ୍ମ ଅବକାଶ ପରେ ଛାତ୍ରୀମାନେ ଆବାସିକ ବିଦ୍ୟାଳୟକୁ ଫେରିଥିଲେ। ହେଲେ ଏକ ମାସ ହେବାରୁ ମାସିକ ଋତୁସ୍ରାବ ତଦାରଖ କରିବା ସମୟରେ ଦୁଇ ଜଣ ଛାତ୍ରୀଙ୍କ ପଜିଟିଭ ଥିବା ଜଣାପଡ଼ିଛି।
ଉପରିସ୍ଥ ଅଧିକାରୀଙ୍କୁ ଜଣାଇବା ଓ ତାଙ୍କ ନିର୍ଦ୍ଦେଶରେ ଡାକ୍ତରୀ ମାଇନାର ରିପୋର୍ଟରୁ ଉକ୍ତ ଦୁଇ ଜଣ ଛାତ୍ରୀ ଗର୍ଭବତୀ ଥିବା ସ୍ପଷ୍ଟ ହୋଇଥିଲା। ଉଭୟ କୋଟଗଡ଼ ଓ ବେଲଘର ଥାନା ଅଞ୍ଚଳର ବୋଲି ଜଣାପଡ଼ିଥିଲା। ଏହା ପରେ ପୃଥକ ଭାବରେ ଦୁଇଟି ଥାନାରେ ବିଦ୍ୟାଳୟ କର୍ତ୍ତୃପକ୍ଷ ଲିଖିତ ଭାବରେ ଏତଲା ଦେଇଥିଲେ। ଏତଲାକୁ ଆଧାର କରି କୋଟଗଡ଼ ଥାନାରେ କେସ ନଂ.୧୦୩/୨୫ ଏବଂ ସେହିଭଳି ବେଲଘର ଥାନାରେ କେଶ ନଂ.୬୪/୨୫ ରେ ଏକ ମାମଲା ରୁଜୁ କରି ତଦନ୍ତ ଚାଲିଥିବାବେଳେ ବେଲଘର ପୋଲିସ ଉକ୍ତ ଘଟଣାରେ ଜଣେ ଯୁବକକୁ ଅଟକ ରଖି ପଚରାଉଚରା ଜାରି ରଖିଛି। କୋଟଗଡ଼ ପୋଲିସ ମଧ୍ୟ ସଂପୃକ୍ତ ଯୁବକକୁ ଚିହ୍ନଟ କରିବାରେ ସଫଳ ହୋଇଥିବା ନେଇ ସୂଚନା ଦେଇଛନ୍ତି।

Share this post :

Facebook
Twitter
LinkedIn
Pinterest

Leave a Reply

Your email address will not be published. Required fields are marked *