ଭୁବନେଶ୍ୱର(ରତ୍ନଗିରି ନ୍ୟୁଜ) :- ବିଜେଡି ଦଳ ପକ୍ଷରୁ ୩୦ ଜିଲ୍ଲାର ପାଇଁ ନୂଆ ପର୍ଯ୍ୟବେକ୍ଷକ ନିଯୁକ୍ତି ସହ ଜିଲ୍ଲାସ୍ତରୀୟ ବରିଷ୍ଠ ପର୍ଯ୍ୟବେକ୍ଷକଙ୍କୁ ମଧ୍ୟ ନିଯୁକ୍ତ କରାଯାଇଛି । ଏହି ବରିଷ୍ଠ ପର୍ଯ୍ୟବେକ୍ଷକ ତାଲିକାରେ ରହିଛନ୍ତି ୬ ଜଣ । ଏହି ୬ ବରିଷ୍ଠ ପର୍ଯ୍ୟବେକ୍ଷକଙ୍କ ନାଁ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ବିକ୍ରମ କେଶରୀ ଆରୁଖଙ୍କୁ ମାଲକାନଗିରି, କୋରାପୁଟ, ନରବଙ୍ଗପୁର, ରାୟଗଡା ଓ ଗଜପତି ଦାୟିତ୍ବ ଦିଆଯାଇଛି । ଦେବୀପ୍ରସାଦ ମିଶ୍ର ଗଞ୍ଜାମ, ନୟାଗଡ, କନ୍ଧମାଳ, ଖୋର୍ଦ୍ଧା, ପୁରୀ ଓ ବୌଦ୍ଧ ଦାୟିତ୍ବ ସମ୍ଭାଳିବେ । ନିରଞ୍ଜନ ପୂଜାରୀଙ୍କୁ ନୂଆପଡା, କଳାହାଣ୍ଡି, ବଲାଙ୍ଗିର ଓ ବରଗଡ ଦାୟିତ୍ବ ପ୍ରଦାନ କରାଯାଇଛି ।
ସେହିପରି ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ସୋନପୁର, ଦେବଗଡ, ଅନୁଗୋଳ ଓ ଢେଙ୍କାନାଳ ଦାୟିତ୍ବ ଦିଆଯାଇଛି । ପ୍ରସନ୍ନ ଆଚାର୍ଯ୍ୟଙ୍କୁ କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ ଓ ବାଲେଶ୍ବର ଦାୟିତ୍ବ । ମହେଶ୍ବର ମହାନ୍ତିଙ୍କୁ ମୟୂରଭଞ୍ଜ ଓ କେନ୍ଦୁଝର ଦାୟିତ୍ବ ପ୍ରଦାନ କରାଯାଇଛି ।
Related Stories
October 27, 2024
September 30, 2024