ଭୁବନେଶ୍ୱର(ରତ୍ନଗିରି ନ୍ୟୁଜ) :- ୨୦୨୧ ରାଜ୍ୟରେ କୃଷି ଉଦ୍ୟୋଗ ପ୍ରତିଷ୍ଠା ନିମନ୍ତେ ବ୍ୟାପକ ସୁଯୋଗ ରହିଛି । ଏହା ଦ୍ୱାରା କୃଷି କ୍ଷେତ୍ରରେ ବ୍ୟାପକ ପରିବର୍ତ୍ତନ ହେବା ସହିତ କୃଷକମାନଙ୍କର ଆୟ ବୃଦ୍ଧି ହୋଇପାରିବ ବୋଲି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ କହିଛନ୍ତି । ଆଜି କୃଷି ଭବନଠାରେ ଓଡ଼ିଶା କୃଷି ପ୍ରୋତ୍ସାହନ ଓ ପୁଞ୍ଜିଲଗାଣ ନିଗମ ଲିମିଟେଡ୍ (ଆପିକଲ)ର ନୂତନ ୱବ୍ସାଇଟ୍କୁ ଲୋକାର୍ପଣ କରିବା ଅବସରରେ ମନ୍ତ୍ରୀ ଡ. ସାହୁ କହିଲେ ଯେ ରାଜ୍ୟ ସରକାର କୃଷକମାନଙ୍କ ଆୟକୁ ଦ୍ୱିଗୁଣିତ/ବହୁଗୁଣିତ କରିବା ପାଇଁ ଅନେକଗୁଡ଼ିଏ ଯୋଜନା ପ୍ରଣୟନ କରିଥିବାବେଳେ ରାଜ୍ୟରେ କୃଷି ଓ ଆନୁଷଙ୍ଗିକ କୃଷିଭିତ୍ତିକ ଶିଳ୍ପ, ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପ ଏବଂ କୃଷିଜାତ ଦ୍ରବ୍ୟକୁ ମୂଲ୍ୟଯୁକ୍ତ କରି ବଜାରରେ ବିକି୍ର କରିପାରିଲେ କୃଷକମାନେ ସେମାନଙ୍କ ଉତ୍ପାଦିତ ଦ୍ରବ୍ୟ ନିମନ୍ତେ ଅଧିକ ମୂଲ୍ୟ ପାଇପାରିବେ ।
ରାଜ୍ୟ ସରକାର ଙ୍କ ଦ୍ୱାରା ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାରେ କ ଷୃି ଓ ଆନୁଷଙ୍ଗିକ କୃଷି କ୍ଷେତ୍ରରେ ଶିଳ୍ପ ପ୍ରତିଷ୍ଠା ନିମନ୍ତେ ଅନେକ ପ୍ରୋତ୍ସାହନ ଓ ଆକର୍ଷଣୀୟ ରିହାତି ଯୋଗାଇ ଦିଆଯାଉଛି ଏବଂ ଆପିକଲ ମାଧ୍ୟମରେ ଏହା କାର୍ଯ୍ୟକାରୀ ହେଉଛି । ଉଦ୍ୟୋଗୀମାନଙ୍କୁ ଶିଳ୍ପ ପ୍ରତିଷ୍ଠା ନିମନ୍ତେ ଆପିକଲ ପକ୍ଷରୁ ସମସ୍ତ ପ୍ରକାର ସାହାଯ୍ୟ ଓ ସହଯୋଗ ଯୋଗାଇ ଦିଆଯାଉଥିବାବେଳେ ଯୁବ ଉଦ୍ୟୋଗୀମାନେ ଏ ଦିଗରେ ଆଗେଇ ଆସିବା ଉଚିତ ବୋଲି ମନ୍ତ୍ରୀ ଡ. ସାହୁ କହିଥିଲେ । ଆପିକଲର ନୂତନ େୱବ୍ସାଇଟ୍ରେ ସମସ୍ତ ଯୋଜନା ସମ୍ବନ୍ଧରେ ବିସ୍ତୃତ ସୂଚନା ପ୍ରଦାନ କରାଯିବା ସହିତ ଉଦ୍ୟୋଗ ପ୍ରତିଷ୍ଠା ନିମନ୍ତେ ବିଭିନ୍ନ ବୈଷୟିକ ସୂଚନା ମଧ୍ୟ ଦିଆଯାଇଛି ବୋଲି ମନ୍ତ୍ରୀ ଡ. ସାହୁ କହିଥିଲେ ।
ସଂପ୍ରତି ରାଜ୍ୟର ଶିକ୍ଷିତ ଯୁବକ ମାନେ କୃଷି ଉଦ୍ୟୋଗ ପ୍ରତିଷ୍ଠା ନିମନ୍ତେ ଆଗ୍ରହ ପ୍ରକାଶ କରୁଥିବାବେଳେ ଆପିକଲର ଏହି ନୂତନ େୱବ୍ସାଇଟ୍ ସେମାନଙ୍କୁ ସହାୟକ ହେବ ବୋଲି ମନ୍ତ୍ରୀ ଡ. ସାହୁ କହିଥିଲେ । ଏଥି ସହିତ ମନ୍ତ୍ରୀ ଡ. ସାହୁ ଆପିକଲର ତ୍ରୈମାସିକ ନିଉଜ୍ଲେ ଟର ‘ଉଦ୍ୟମିତା’ର ମଧ୍ୟ ଶୁଭ ଉନୋ୍ମ ଚନ କରିଥିଲେ । ଏହା ରାଜ୍ୟର କୃଷି ଉଦ୍ୟୋଗ ବିକାଶ ଦିଗରେ ଏକ ଉପଯୋଗ ସମ୍ବାଦପତ୍ର ଭାବେ ଭୂମିକା ନିର୍ବାହ କରିବ ବୋଲି ମନ୍ତ୍ରୀ ଡ.ସାହୁ କହିଥିଲେ । କାର୍ଯ୍ୟକ୍ରମରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ଉପଦେଷ୍ଟା ଶ୍ରୀ କୃତିବାସ ପାତ୍ର, କୃଷି ଉତ୍ପାଦନ କମିଶନର ଶ୍ରୀ ରାଜକୁମାର ଶର୍ମା, କୃଷି ଓ କୃଷକ ସଶକ୍ତିକରଣ ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ସୁରେଶ କୁମାର ବଶିଷ୍ଠ ଯୋଗଦେଇ ଆପିକଲକୁ ଅଧିକ କ୍ରିୟାଶୀଳ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ । ପ୍ରାରମ୍ଭରେ ଆପିକଲର ପରିଚାଳନା ନିର୍ଦ୍ଦେଶକ ଡ.ପ୍ରଭାତ କୁମାର ରାଉଳ ଆପିକଲ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ବିଭିନ୍ନ କାର୍ଯ୍ୟକ୍ରମ ସଂପର୍କରେ ସୂଚନା ପ୍ରଦାନ କରିଥିଲେ ।
Related Stories
November 3, 2024
November 3, 2024