ଭୁବନେଶ୍ୱର(ରତ୍ନଗିରି ନ୍ୟୁଜ୍): ରାଜ୍ୟରେ କ୍ରମଶଃ କରୋନାର ସ୍ଥିତି ସ୍ୱାଭାବିକ ହେବାରେ ଲାଗିଥିଲେ ହେଁ ଆଶଙ୍କା କମିନାହିଁ । ଅନ୍ୟ ରାଜ୍ୟ ମାନଙ୍କ ତୁଳନାରେ ଖୋର୍ଦ୍ଧା ଏବଂ କଟକରେ ସଂକ୍ରମଣରେ ବ୍ରେକ ଲାଗିପାରୁନି । ପୂର୍ବରୁ କିଛିଦିନ ଧରି ରାଜ୍ୟରେ ସଂକ୍ରମଣ ୨ ହଜାର ଉପରକୁ ଉଠିବା ପରେ ତଳକୁ ଖସିଥିଲା । ଦୀର୍ଘ ୪ ମାସ ପରେ ରାଜ୍ୟରେ କରୋନା ଦୈନିକ ସଂକ୍ରମଣ ହଜାରେ ତଳକୁ ଖସିବା ପରେ ପରେ ଦୁଇଦିନ ହେଲା ପୁଣି ହଜାରେ ଟପିଛି । ପଶ୍ଚିମ ଓଡ଼ିଶା ତୁଳନାରେ ଉପକୂଳ ଅଞ୍ଚଳରେ ସଂକ୍ରମଣ ହ୍ରାସ ପାଇଁ ଅଧିକ ସମୟ ଲାଗୁଥିବା ଦେଖାଯାଉଛି । ଏହା ମଧ୍ୟରେ ଆଜି ୧୧୦୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୬୪୬ ଓ ସ୍ଥାନୀୟ ଅଞ୍ଚଳରୁ ୪୬୧ ଜଣ ଚିହ୍ନଟ ହୋଇଛନ୍ତି ।ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୯୧ ହଜାର ୧୮୨ ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୯ ଲକ୍ଷ ୭୩ ହଜାର ୫୭୯ ରହିଥିବା ବେଳେ ୧୦ ହଜାର ୮୫୩ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୯୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।
Related Stories
December 21, 2021
December 19, 2021