ଭୁବନେଶ୍ୱର (ରତ୍ନଗିରି ନ୍ୟୁଜ): ରାଜ୍ୟରେ କ୍ରମଶଃ କରୋନାର ସ୍ଥିତି ସ୍ୱାଭାବିକ ହେବାରେ ଲାଗିଥିଲେ ହେଁ ଆଶଙ୍କା ହଟିନାହିଁ । ତେଣୁ ଏହାକୁ ନଜରରେ ରଖି ବିଏମସି ପକ୍ଷରୁ ରାଜଧାନୀ ଭୁବନେଶ୍ୱରର ସମସ୍ତ ସରକାରୀ ଓ ବେସରକାରୀ ଅଫିସକୁ ତାଗିଦ୍ କରାଯାଇଛି । ପୂର୍ବରୁ କିଛିଦିନ ଧରି ରାଜ୍ୟରେ ସଂକ୍ରମଣ ୨ ହଜାର ଉପରକୁ ଉଠିବା ପରେ ତଳକୁ ଖସିଥିଲା । ଗତ ୧୯ ଦିନ ହେଲା ସଂକ୍ରମଣ ୨ ହଜାର ତଳେ ରହୁଥିବା ଦେଖାଯାଉଛି । ପଶ୍ଚିମ ଓଡ଼ିଶା ତୁଳନାରେ ଉପକୂଳ ଅଞ୍ଚଳରେ ସଂକ୍ରମଣ ହ୍ରାସ ପାଇଁ ଅଧିକ ସମୟ ଲାଗୁଥିବା ଦେଖାଯାଉଛି । ଏହା ମଧ୍ୟରେ ଆଜି ୮୮୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୫୧୨ ଓ ସ୍ଥାନୀୟ ଅଞ୍ଚଳରୁ ୩୭୪ ଜଣ ଚିହ୍ନଟ ହୋଇଛନ୍ତି ।
ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୮୭ ହଜାର ୯୫୬ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୯ ଲକ୍ଷ ୬୯ ହଜାର ୯୧୬ ରହିଥିବା ବେଳେ ୧୧ ହଜାର ୪୮୬ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୫୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।